1 ବାବିଲର ରାଜା ବେଲ୍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ। 2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା। 3 ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ। 4 ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା। 5 ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’ 6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା। 7 ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା। 8 ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।
9 ମୁଁ ଦେଖୁ ଦେଖୁ,
11 ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା। 12 ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।
13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ,
15 ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା।
16 ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ। 17 ‘ସେହି ଚାରି ବୃହତ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ। 18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
19 ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି; 20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।
21 ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା; 22 ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।
23 ସେ ଏହିରୂପେ କହିଲେ,
25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ
27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ
28 ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”
<- ଦାନିୟେଲ 6ଦାନିୟେଲ 8 ->-
a ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ଅର୍ଥାତ୍ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ