1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର; 2 ମୋଶା ଯେପରି ଈଶ୍ବରଙ୍କ ଗୃହରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ। 3 ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି। 4 ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ବର। 5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ। 6 କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
7 ଅତଏବ ପବିତ୍ର ଆତ୍ମା ଶାସ୍ତ୍ରରେ ଯେପରି କହନ୍ତି,
16 ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି? 17 ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କଅଣ ସେମାନଙ୍କ ଉପରେ ନୁହେଁ? 18 ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ? 19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରିପାରିଲେ ନାହିଁ।
<- ଏବ୍ରୀ 2ଏବ୍ରୀ 4 ->