1 କେଙ୍କ୍ରେୟା ସହରରେ ଥିବା ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଉଣୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, 2 ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାହାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାହାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋʼ ନିଜର ଉପକାର କରିଅଛନ୍ତି।
17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି; 18 କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି। 19 ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା। 20 ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। 21 ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 22 ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି। 23 ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 24 [ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।]
25 ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା, 26 ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି, 27 ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍।
-
a ପ୍ରୀସ୍କା ଅର୍ଥାତ୍ ପ୍ରୀସ୍କୀଲ୍ଲା